Home Breaking News ଆଜି ପବିତ୍ର ‘ଉତ୍କଳ ଦିବସ’ : ପ୍ରତିଟି ଓଡିଆଙ୍କ ପାଇଁ ଗୌରବର ଦିନ

ଆଜି ପବିତ୍ର ‘ଉତ୍କଳ ଦିବସ’ : ପ୍ରତିଟି ଓଡିଆଙ୍କ ପାଇଁ ଗୌରବର ଦିନ

by Admin
0 comment

ଆଜି ପବିତ୍ର ଉତ୍କଳ ଦିବସ । ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ । ୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖ । ଓଡ଼ିଆ ଜାତିର ତେଜୋଦୀପ୍ତ ଅସ୍ମିତାର ସୁରକ୍ଷା ନେଇ ଏକ ସୁଦୀର୍ଘ ସଂଗ୍ରାମର କାହାଣୀ କୁହେ ଏହି ତାରିଖ । ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖଟିକୁ ‘ଉତ୍କଳ ଦିବସ’ ଭାବେ ପାଳନ କରିଆସୁଛି ସମ୍ପୂର୍ଣ୍ଣ ରାଜ୍ୟ । ଏହି ଦିନ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ଜନ୍ମ ନେଇଥିଲା। ପୂର୍ବରୁ ଉତ୍କଳ ଖଣ୍ଡ ବିଖଣ୍ଡିତ ହୋଇ ପଡ଼ି ରହିଥିଲା। ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବାବେଳେ ଉତ୍ତରରେ ବାଲେଶ୍ବରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ, ଦକ୍ଷିଣରେ ଗଞ୍ଜାମ ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିଲା।

ଉତ୍କଳ ଗୌରବ ମଧୁସୂଦନ ଦାସ , ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ, ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀର ମୋହନ ସେନାପତି ଇତ୍ୟାଦି ଓଡିଶାର ବୀରପୁତ୍ରମାନେ ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନ ନିମନ୍ତେ ସଂଘର୍ଷ କରିଥିଲେ । ଅବିଶ୍ରାନ୍ତ ସଂଗ୍ରାମ ପରେ ୧୯୩୬ ମସିହା ଏପ୍ରିଲ୍ ୧ରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡିଶା ପ୍ରଦେଶ । ପ୍ରଥମେ ଓଡିଶା ରାଜ୍ୟ ୬ଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମ ଜିଲ୍ଲାକୁ ନେଇ ଗଠିତ ହୋଇଥିଲା । ସେହିପରି ୧୯୫୦ ମସିହା ଜାନୁଆରୀ ୨୬ ତାରିଖରେ ଓଡିଶାରେ ଆଉ ୭ଟି ଜିଲ୍ଲା ଯୋଗ ହୋଇ ମୋଟ ୧୩ଟି ଜିଲ୍ଲା ହେଲା । ପରେ ୧୯୯୩ ମସିହାରେ ଓଡିଶାର ୧୩ଟି ଜିଲ୍ଲାକୁ ପୁନଃବିଭାଜନ କରି ୩୦ଟି ଜିଲ୍ଲାରେ ବିଭକ୍ତ କରାଗଲା । ଏହି ଉତ୍କଳ ଦିବସ ଅବସରରେ ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନର ସୂତ୍ରଧରମାନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରାଯାଏ । ଉତ୍କଳ ଦିବସ ଅବସରରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc