Home Breaking News ଓଡ଼ିଆ ନାମଫଳକ ବାଧ୍ୟତାମୂଳକ

ଓଡ଼ିଆ ନାମଫଳକ ବାଧ୍ୟତାମୂଳକ

by Admin
0 comment

ଏଣିକି ଓଡ଼ିଆ ନାମଫଳକ ବାଧ୍ୟତାମୂଳକ । ରାଜ୍ୟର ସମସ୍ତ ଦୋକାନ ଓ ବ୍ୟବସାୟିକ ଅନୁଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖାଯିବ । ଏହାକୁ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର । ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ପକ୍ଷରୁ ଏହାର ନିରୀକ୍ଷଣ ମଧ୍ୟ କଡାକଡି ହେବ । ପୂର୍ବରୁ ରାଜ୍ୟସରକାରଙ୍କ ନିଷ୍ପତି ଅନୁସାରେ ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆଭାଷାର ନାମଫଳକ ଲେଖିବାକୁ ବାଧ୍ୟତାମୂଳକ କରାଯାଇଥିଲା । ଏପର୍ଯ୍ୟନ୍ତ ରାଜ୍ୟର ପୌରାଞ୍ଚଳରେ ମୋଟ ୫୨ହଜାର ପଞ୍ଜୀକୃତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ମଧ୍ୟରୁ ପ୍ରାୟତଃ ୪୭ହଜାର ପ୍ରତିଷ୍ଠାନରେ ଓଡ଼ିଆର ନାମଫଳକ ଲେଖାଯାଇଛି । କିଛି ଖିଲାପକାରୀ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ବିରୋଧରେ ମକଦ୍ଦମା ସହିତ ଜରିମାନା କରାଯାଇଛି ।

ଅଧିକ ପଢନ୍ତୁ

ଆଜି ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗଙ୍କ ଅଧ୍ୟକ୍ଷତାରେ ଏକ ସ୍ୱତନ୍ତ୍ର ବୈଠକ ବସିଥିଲା । ବୈଠକରେ ପରିବର୍ତିତ ଅଧିନିୟମର କଡ଼ାକଡ଼ି ଅନୁପାଳନ କରାଯିବାକୁ ନିଷ୍ପତି ନିଆଯାଇଛି । ଶ୍ରମ ଆୟୁକ୍ତ ଓଡ଼ିଶାର ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନଗୁଡିକରେ ଓଡ଼ିଆରେ ନାମଫଳକ ଲଗାଇବା ନିମନ୍ତେ ଜିଲ୍ଲା ଶ୍ରମଅଧିକାରୀ ଓ ପୌରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ କଡାକଡ଼ି ନିରୀକ୍ଷଣ କରି ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଚଳିତମାସରୁ ଖିଲାପକାରୀଙ୍କୁ ୭ଦିନିଆ ନୋଟିସ୍ ମିଳିବ ।

ଆହୁରି ପଢନ୍ତୁ

ଏହାପରେ ମଧ୍ୟ ଯଦି ଅଧିନିୟମର ପାଳନ ନହୁଏ ତେବେ କାର୍ଯ୍ୟାନୁଷ୍ଠାନ ସହ ଜରିମାନା ଓ ଲାଇସେନ୍ସ ରଦ୍ଦ କରାଯିବ । ପ୍ରଥମଥର ଖିଲାପକାରୀଙ୍କୁ ୫ହଜାର ଟଙ୍କା ଜରିମାନା ଓ ଦ୍ୱିତୀୟଥର ଖିଲାପକାରୀଙ୍କୁ ୨୫ହଜାର ଟଙ୍କା ତଣ୍ଡ ଗଣିବାକୁ ପଡିବ । ଏହାସହ ପ୍ରତିମାସରେ ଏକ ବୈଠକ କରି ଏହାର ସମୀକ୍ଷା କରିବା ସହ ବିବରଣୀ ଶ୍ରମ ଆୟୁକ୍ତ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗଙ୍କୁ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc