ବଢିଚାଲିଛି ତାପମାତ୍ରା । ଦିନ ୧୦ଟା ହେଲେ ଘରୁ ବାହାରିବା ମୁସ୍କିଲ୍ । ରାଜ୍ୟରେ ଏବେ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ସ୍ଥିତି ସମୀକ୍ଷା କରିଛନ୍ତି । ବୈଠକରେ ସ୍ୱତନ୍ତ୍ର ରିଲିଫ୍ କମିଶନର ସତ୍ୟବ୍ରତ ସାହୁ, ବିଭିନ୍ନ ବିଭାଗ ପ୍ରମୁଖ ସଚିବ, ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ ପ୍ରମୁଖ ଉପସ୍ଥିତ ଥିଲେ ।




