ଆଜି ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରାଯାଇଛି। ଏଥିରେ କୃଷି, ଶିଳ୍ପ, ଭିନ୍ନକ୍ଷମ ସଶକ୍ତିକରଣ, ପଞ୍ଚାୟତିରାଜ ଓ ପାନୀୟଜଳ ଓ ରାଜସ୍ବ ବିଭାଗ ସମ୍ପର୍କିତ ବିଭିନ୍ନ ପ୍ରସ୍ତାବ ରହିଛି।

ଅନୁମୋଦିତ ପ୍ରସ୍ତାବ ମଧ୍ୟରେ କଟକ ରିଙ୍ଗରୋଡ୍କୁ ୬ ଲେନ୍ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରାଯାଇଛି। ୬ ଲେନ୍ ବିଶିଷ୍ଟ କଟକ ରିଙ୍ଗ ରୋଡ୍ ଆହୁତ ଟେଣ୍ଡରକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ଦେଇଛନ୍ତି। ଏଥି ସହିତ ଆହୁରି ୧୦ବର୍ଷ ପାଇଁ ଓଡ଼ିଶା ରହିବ ଭାରତୀୟ ହକି ଟିମର ପ୍ରାୟୋଜକ ।
