ବିଜେପି ସାଂସଦ ବ୍ରିଜଭୂଷଣଙ୍କ ବିରୋଧରେ ମାମଲା ରୁଜୁ କରିବ ଦିଲ୍ଲୀ ପୋଲିସ । ଭାରତୀୟ କୁସ୍ତି ସଂଘ ସଭାପତି ବ୍ରିଜଭୂଷଣଙ୍କ ବିରୋଧରେ ଯୌନ ଉତ୍ପୀଡନ ଅଭିଯୋଗ ଆଣିଥିବା ମହିଳା କୁସ୍ତିଯୋଦ୍ଧାଙ୍କ ଆବେଦନର ଶୁଣାଣୀ କରିଛନ୍ତି ସୁପ୍ରିମକୋର୍ଟ । ମୁଖ୍ୟ ବିଚାରପତି ଜଷ୍ଟିସ୍ ଡି.ୱାଇ. ଚନ୍ଦ୍ରଚୂଡ଼ ଓ ଜଷ୍ଟିସ୍ ପି.ଏସ. ନରସିହ୍ମାଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି ।

ସେପଟେ କେନ୍ଦ୍ରସରକାରଙ୍କ ପକ୍ଷ ରଖିଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ସୁପ୍ରିମକୋର୍ଟଙ୍କୁ କହିଛନ୍ତି, ମହିଳା କୁସ୍ତିଯୋଦ୍ଧାଙ୍କ ଦ୍ୱାରା କରାଯାଇଥିବା ଅଭିଯୋଗ ଉପରେ ଯାଞ୍ଚ୍ କରି ତାଙ୍କ ବିରୋଧରେ ଦିଲ୍ଲୀ ପୋଲିସ ମାମଲା ରୁଜୁ କରିବ । ସୂଚନା ମୁତାବକ, ବ୍ରିଜଭୂଷଣ ଓ ମହାସଂଘର କିଛି ସଦସ୍ୟ ମହିଳା ରେସଲରମାନଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି । ଏନେଇ ମହିଳା ରେସଲରମାନେ ପୋଲିସରେ ଅଭିଯୋଗ କରିଥିଲେ ବି କୌଣସି ସୁଫଳ ମିଳିନି ।
