ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଛି | ପ୍ରଭାବରେ ଆଜିଠୁ ତାପମାତ୍ରା କମିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏହାବ୍ୟତୀତ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରାଯାଇଛି । ଆଜିଠୁ ଆସନ୍ତା ୪ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ।


ଆଜି କାଳବୈଶାଖୀ ନେଇ ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ତୁହାକୁ ତୁହା ବର୍ଷା ହେଉଛି । ଝଡ଼ ତୋଫାନ ସମୟରେ ଘରୁ ନବାହିରାବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

