Home Breaking News ବନ୍ୟପ୍ରାଣୀ ଆକ୍ରମଣରେ ମୃତାହତ ପରିବାରକୁ ମିଳୁଥିବା ଅନୁକମ୍ପା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ବନ୍ୟପ୍ରାଣୀ ଆକ୍ରମଣରେ ମୃତାହତ ପରିବାରକୁ ମିଳୁଥିବା ଅନୁକମ୍ପା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

by Admin
0 comment

ବନ୍ୟପ୍ରାଣୀ ଆକ୍ରମଣରେ ମୃତାହତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ରାଶି ତଥା ସଂପତ୍ତି କ୍ଷୟକ୍ଷତି ପାଇଁ ସହାୟତା ରାଶିରେ ବୃଦ୍ଧି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ବନ୍ୟାପ୍ରାଣୀ ଆକ୍ରମଣରେ ମନୁଷ୍ୟ ମୃତ୍ୟୁ କ୍ଷେତ୍ରରେ ଅନୁକମ୍ପାମୂଳକ ରାଶିର ପରିମାଣ ୪ ଲକ୍ଷ ଟଙ୍କାରୁ ୬ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ୬୦ ପ୍ରତିଶତରୁ କମ୍‌ ଅକ୍ଷମତା କ୍ଷେତ୍ରରେ ସହାୟତା ପରିମାଣ ୧ ଲକ୍ଷ ଟଙ୍କାରୁ ୧.୫୦ ଲକ୍ଷ ଟଙ୍କା ଏବଂ ୬୦ ପ୍ରତିଶତରୁ ଅଧିକ ଅକ୍ଷମତା କ୍ଷେତ୍ରରେ ସହାୟତା ପରିମାଣ ୨.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ସାମାନ୍ୟ ଆହତଙ୍କ ସହାୟତା ପରିମାଣ ପୂର୍ବରୁ ୫ ହଜାର ଟଙ୍କା ଥିଲା।

ଅଧିକ ପଢନ୍ତୁ

ବର୍ତ୍ତମାନ ଏକ ସପ୍ତାହରୁ ଅଧିକ ସମୟ ଧରି ଚିକିତ୍ସାର ଆବଶ୍ୟକତା ଥିଲେ, ସେ କ୍ଷେତ୍ରରେ ସରକାରୀ ହସ୍‌ପିଟାଲରେ ସଂପୂର୍ଣ୍ଣ ମାଗଣା ଚିକିତ୍ସା ସହିତ ୧୦ ହଜାର ଟଙ୍କା ସହାୟତା ଦିଆଯିବ। ଚିକିତ୍ସାର ସମୟ ଏକ ସପ୍ତାହରୁ କମ୍‌ ହେଲେ, ସରକାରୀ ହସ୍‌ପିଟାଲରେ ସଂପୂର୍ଣ୍ଣ ମାଗଣା ଚିକିତ୍ସା ସହିତ ୫ ହଜାର ଟଙ୍କା ସହାୟତା ଦିଆଯିବ। ଗାଈ ବା ମଇଁଷିଙ୍କ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶି ପରିମାଣ ୩୭,୫୦୦ ଟଙ୍କା ଏବଂ ବଳଦର ମୃତ୍ୟୁ କ୍ଷେତ୍ରରେ ସହାୟତା ୩୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ବାଛୁରୀ ମୃତ୍ୟୁ ପାଇଁ ସହାୟତା ପରିମାଣ ୨୫୦୦ ଟଙ୍କାରୁ ୫୦୦୦ ଟଙ୍କା, ଛେଳିମେଣ୍ଢାଙ୍କ ମୃତ୍ୟୁ କ୍ଷେତ୍ରରେ ୨୦୦୦ ଟଙ୍କାରୁ ୪୦୦୦ ଟଙ୍କା ଓ ମେଣ୍ଢା ଛୁଆ ମୃତ୍ୟୁ କ୍ଷେତ୍ରରେ ୭୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି ।

ଆହୁରି ପଢନ୍ତୁ

ଧାନ ଓ ଅନ୍ୟାନ୍ୟ ଖାଦ୍ୟଶସ୍ୟ ଫସଲ କ୍ଷତିରେ ସହାୟତା ପରିମାଣ ଏକର ପିଚ୍ଛା ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି ପାଇଛି । ଅର୍ଥକରୀ ଫସଲ କ୍ଷତି କ୍ଷେତ୍ରରେ ସହାୟତା ପରିମାଣ ୧୨ ହଜାର ଟଙ୍କାରୁ ୨୫ ହଜାର ଟଙ୍କାକୁ ବଢିଛି। ସେହିପରି ଘର ଗୁଡିକର ଆଂଶିକ କ୍ଷତି କ୍ଷେତ୍ରରେ ସହାୟତା ପରିମାଣ ୨୦୦୦ ଟଙ୍କରୁ ୧୦,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ଘର ସଂପୂର୍ଣ୍ଣ ଭାଙ୍ଗିଥିଲେ, ବିଜୁ ପକ୍‌କା ଘର କିମ୍ବା ସେହି ମୂଲ୍ୟର ଅର୍ଥ ସହିତ ଆହୁରି ୨୦ ହଜାର ଟଙ୍କା ସହାୟତା ଆକାରରେ ପ୍ରଦାନ କରାଯିବ।

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc