Home Breaking News ଭାଜି ହେବ ଅଧା ଓଡ଼ିଶା : ୨୧ ଯାଏ ଗ୍ରୀଷ୍ମ ପ୍ରବାହ

ଭାଜି ହେବ ଅଧା ଓଡ଼ିଶା : ୨୧ ଯାଏ ଗ୍ରୀଷ୍ମ ପ୍ରବାହ

by Admin
0 comment

୨୧ ତାରିଖ ପର୍ଯ୍ୟନ୍ତ ତାତିରୁ ନିସ୍ତାର ମିଳିବନି ବୋଲି ପ୍ରକାଶ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର | ରାଜ୍ୟର ଅଧିକାଂଶ ସହର ୪୨ ଡିଗ୍ରିକୁ ଟପିଯିବ | ଉପକୂଳ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ତାପମାତ୍ରା ୪୦ ଡିଗ୍ରି ମଧ୍ୟରେ ରହିବ। ପ୍ରବଳ ଗୁଳୁଗୁଳି ଓ ସ୍ଥାନେ ସ୍ଥାନେ କାଳବୈଶାଖୀ ହେବାର ସମ୍ଭାବନା ରହିଥିଲେ ମଧ୍ୟ ତାହାର କୌଣସି ସୁଫଳ ମିଳିବ ନାହିଁ। ଗ୍ରୀଷ୍ମ ପ୍ରବାହ ଜାରି ରହିବାକୁ ଥିବାରୁ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ଜନସାଧାରଣ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର ବିଶ୍ବାସଙ୍କ କହିବା କଥା ହେଉଛି ଯେ ସମ୍ବଲପୁର, ବଲାଙ୍ଗୀର, ଟିଟିଲାଗଡ଼ ସହରର ତାପମାତ୍ରା ଗୁରୁବାର ୪୩ ଡିଗ୍ରି ଏବଂ ଶୁକ୍ରବାର ୪୪ ଡିଗ୍ରି ଉପରେ ରହିବ। ୨୦ ଓ ୨୧ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼ ତାପମାତ୍ରା ୪୪ ଡିଗ୍ରି ଏବଂ ରାଉରକେଲା, ସୁନ୍ଦରଗଡ଼, ନୂଆପଡ଼ା, ଭବାନୀପାଟଣା, ଅନୁଗୁଳ ସହର ୪୩ ଡିଗ୍ରି ଡେଇଁଯାଇପାରେ। ପଶ୍ଚିମ ଓଡ଼ିଶାର ଅଧିକାଂଶ ସହର ଓ ଦକ୍ଷିଣ ଓଡ଼ିଶାର କିଛି ସହରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିବ। ଗୁରୁବାର ଉପକୂଳ ଓ ସଂଲଗ୍ନ ଓଡ଼ିଶାର ଅଧିକାଂଶ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc