Home Breaking News ରାଜ୍ୟ ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ ସମାରୋହ; ଶପଥ ନେଲେ ୩ ନୂଆ ମନ୍ତ୍ରୀ

ରାଜ୍ୟ ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ ସମାରୋହ; ଶପଥ ନେଲେ ୩ ନୂଆ ମନ୍ତ୍ରୀ

by Admin
0 comment

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହେଲେ ତିନି ନୂଆ ମନ୍ତ୍ରୀ। ସେମାନଙ୍କ ମଧ୍ୟରେ ଅଛନ୍ତି ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ସାରଦା ପ୍ରସାଦ ନାୟକ। ଏହି ୩ଜଣ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ୩ ନୂଆ ମନ୍ତ୍ରୀଙ୍କୁ ମିଶାଇ କ୍ୟାବିନେଟ୍ ମନ୍ତ୍ରୀ ସଂଖ୍ୟା ୧୫ରେ ପହଞ୍ଚିଛି। ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ଶପଥଗ୍ରହଣ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ୩ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି।

ଗତ ବର୍ଷ ଜୁନ୍‌ ମାସରେ ମନ୍ତ୍ରିମଣ୍ଡଳର ଅଦଳବଦଳ ବେଳେ ବିକ୍ରମ କେଶରୀ ଆରୁଖ ବାଦ୍ ପଡ଼ିଥିଲେ। ଗଞ୍ଜାମ ଜିଲ୍ଲାର ରାଜନୈତିକ ଦୃଶ୍ୟପଟ୍ଟରେ ଶ୍ରୀ ଆରୁଖଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ଆସନ୍ତା ବର୍ଷ ସାଧାରଣ ନିର୍ବାଚନ ଥିବାରୁ ଦଳୀୟ ସଂଗଠନକୁ ଅଧିକ ସକ୍ରିୟ କରିବାକୁ ପୁନର୍ବାର ଶ୍ରୀ ଆରୁଖଙ୍କୁ ମନ୍ତ୍ରୀ କରାଯାଇଥିବା କୁହାଯାଉଛି।

ସେହିପରି ଗତ ବର୍ଷ ମନ୍ତ୍ରିମଣ୍ଡଳ ଅଦଳବଦଳ ବେଳେ ସୁଦାମ ମାର୍ଣ୍ଡି ବାଦ୍ ପଡ଼ିଥିଲେ। କିନ୍ତୁ ବର୍ଷକ ପରେ ପୁଣି ଥରେ ଦଳର ସୁପ୍ରିମୋ ତାଙ୍କ ଉପରେ ଆସ୍ଥା ସ୍ଥାପନ କରି ମନ୍ତ୍ରିମଣ୍ଡଳକୁ ଫେରାଇ ଆଣିଛନ୍ତି। ପୂର୍ବରୁ ମୟୂରଭଞ୍ଜ ଜିଲ୍ଲାରୁ ବାସନ୍ତୀ ହେମ୍ବ୍ରମ୍‌ ମନ୍ତ୍ରୀ ହୋଇଛନ୍ତି। ମୟୂରଭଞ୍ଜର ମୋଟ୍‌ ୯ଟି ବିଧାନସଭା ଆସନରୁ ବିଜେପି ଦଖଲରେ ୬ଟି ଓ ବିଜେଡି ଦଖଲରେ ୩ଟି ରହିଛି।

ରାଉରକେଲା ବିଧାୟକ ଶାରଦା ନାୟକ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ୨୦୦୯ରୁ ୨୦୧୨ ଯାଏ ସେ ରାଷ୍ଟ୍ର ମନ୍ତ୍ରୀ ଥିଲେ। ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ବିଜେଡି ସଂଗଠନକୁ ଅଧିକ ସକ୍ରିୟ କରିବା ପାଇଁ ବରିଷ୍ଠ ବିଧାୟକ ଶ୍ରୀ ନାୟକଙ୍କ ଉପରେ ମୁଖ୍ୟମନ୍ତ୍ରୀ ଭରସା ସ୍ଥାପନ କରିଛନ୍ତି।

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc