Home Breaking News ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମକାଳୀନ ଛୁଟି : ଜୁନ ୨୦ ପର୍ଯ୍ୟନ୍ତ ବନ୍ଦ

ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମକାଳୀନ ଛୁଟି : ଜୁନ ୨୦ ପର୍ଯ୍ୟନ୍ତ ବନ୍ଦ

by Admin
0 comment

ଆଜିଠୁ ଜୁନ ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମକାଳୀନ ଛୁଟି। ତେବେ ଛୁଟି ମଧ୍ୟରେ ଜରୁରୀ ମାମଲାର ଶୁଣାଣି ନିମନ୍ତେ ହାଇକୋର୍ଟଙ୍କ ଅବକାଶକାଳୀନ ଖଣ୍ଡପୀଠ କାର୍ଯ୍ୟ କରିବେ। ସେଥିମଧ୍ୟରେ ୨୩ ଓ ୨୫ରେ ଜଷ୍ଟିସ କେଆର ମହାପାତ୍ର ଓ ଜଷ୍ଟିସ ଏମଏସ ସାହୁଙ୍କ ଖଣ୍ଡପୀଠ ସମେତ ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଖଣ୍ଡପୀଠରେ ଜରୁରୀ ମାମଲାର ଶୁଣାଣି ହୋଇପାରିବ।

ସେହିପରି ମେ’ ୩୦ରେ ଦୁଇଜଣିଆ ଖଣ୍ଡପୀଠ ଜଷ୍ଟିସ କେଆର ମହାପାତ୍ର ଓ ଜଷ୍ଟିସ ଏମଏସ୍ ସାହୁ ଏବଂ ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କ ଜଣିକିଆ ଖଣ୍ଡପୀଠରେ ମାମଲାର ଶୁଣାଣି ହେବ। ଜୁନ୍ ୧ରେ ଜଷ୍ଟିସ ଏସକେ ସାହୁ ଓ ଜଷ୍ଟିସ ଏମଏସ ରମଣଙ୍କ ଦୁଇଜଣିଆ ଖଣ୍ଡପୀଠ ଏବଂ ଜଷ୍ଟିସ ବିପି ରାଉତରାୟ ଓ ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ। ଜୁନ୍ ୬ ଓ ୮ରେ ଜଷ୍ଟିସ ଏସକେ ସାହୁ ଓ ଜଷ୍ଟିସ ଏମଏସ ରମଣଙ୍କ ଦୁଇଜଣିଆ ଖଣ୍ଡପୀଠ, ଜଷ୍ଟିସ ଶଶୀକାନ୍ତ ମିଶ୍ର ଓ ଜଷ୍ଟିସ ବିପି ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ। ଜୁନ୍ ୧୨ ଓ ୧୩ରେ ଜଷ୍ଟିସ ଶଶୀକାନ୍ତ ମିଶ୍ର ଓ ଜଷ୍ଟିସ ଏସକେ ମିଶ୍ରଙ୍କ ଦୁଇଜଣିଆ ଖଣ୍ଡପୀଠ ଏବଂ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଓ ଜଷ୍ଟିସ ବିପି ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି।

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc