Home Breaking News ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ପ୍ରବଳ ବର୍ଷା

ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ପ୍ରବଳ ବର୍ଷା

by Admin
0 comment

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ରବିବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ମୌସୁମୀ କାରଣରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ଆହୁରି ବଢ଼ିବ।

ଆହୁରି ପଢନ୍ତୁ

ଆଜି ଅର୍ଥାତ୍‌‌ ୨୬ ଓ ୨୭ ତାରିଖରେ ଲଘୁଚାପ ଯୋଗୁଁ ରାଜ୍ୟର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୬ ତାରିଖରେ ବିଶେଷକରି ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଉପରୋକ୍ତ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଧିକ ପଢନ୍ତୁ

ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କନ୍ଧମାଳ ଓ ମୟୂରଭଞ୍ଜର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୭ ତାରିଖରେ ବର୍ଷାର ପରିମାଣ କମିବା ସହ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରୀ କରାଯାଇଛି।

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc