ନିରପେକ୍ଷ (ବ୍ୟୁରୋ/ ଭୁବନେଶ୍ବର)୨୮/୦୬: ଜୁଲାଇ ମାସର ଦ୍ବିତୀୟ ସପ୍ତାହରେ ପୁଣି ଏକ ଲଘୁଚାପର ସମ୍ଭାବନା ଅଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାପରେ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
