ନିରପେକ୍ଷ (ବ୍ୟୁରୋ/ଭୁବନେଶ୍ବର)30/୦୬: ବାହାନଗା ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୮୧ଟି ମୃତଦେହ ମଧ୍ୟରୁ ୨୯ଟି ମୃତଦେହକୁ ଡିଏନଏ ଟେଷ୍ଟ ମାଧ୍ୟମରେ ଚିହ୍ନଟ କରିଛି ଭୁବନେଶ୍ୱର ଏମ୍ସ। ସେହି ମୃତଦେହଗୁଡ଼ିକୁ ଆଜି ସେମାନଙ୍କ ନିକଟ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରାଯିବ । ଏହି ଖର୍ଚ୍ଚ ସଂପୂର୍ଣ୍ଣ ଭାବେ ରାଜ୍ୟ ସରକାର ବହନ କରୁଛନ୍ତି। ଚିହ୍ନଟ ହୋଇଥିବା ୨୯ଟି ମୃତଦେହ ମଧ୍ୟରୁ ଗୋଟିଏ ମୟୂରଭଞ୍ଜର ହୋଇଥିବା ବେଳେ ଅନ୍ୟଗୁଡିକ ବିହାର ଓ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି।
