Home Uncategorizedweather ଆଜିଠୁ ରାଜ୍ୟରେ ଛେଚିବ ପ୍ରବଳ ବର୍ଷା , ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ

ଆଜିଠୁ ରାଜ୍ୟରେ ଛେଚିବ ପ୍ରବଳ ବର୍ଷା , ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ

by Admin
0 comment

ନିରପେକ୍ଷ(ଭୁବନେଶ୍ୱର) ୦୬/୦୭: କିଛି ଦିନର ବର୍ଷାର ଲୁଚକାଳି ଖେଳ ଭିତରେ ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ ବୋଲି ଆକଳନ କରିଛି ପାଣିପାଗ ବିଜ୍ଞାନ । ଅତି ପ୍ରବଳ ବର୍ଷା ପାଇ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କନ୍ଧମାଳ ଏବଂ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କତା ଜାରି କରାଯାଇଛି। ସେହିଭଳି କାଲି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୧୪ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଆସନ୍ତା ୧୦ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବା ନେଇ ଆକଳନ କରାଯାଇଛି।

ସେପଟେ ଚଳିତ ମୌସୁମୀ ସିଜିନ୍ ଜୁନ୍ ୧ରୁ ଜୁଲାଇ ୫ ତାରିଖ ମଧ୍ୟରେ ରାଜ୍ୟରେ ୧୭୬.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହି ସମୟ ମଧ୍ୟରେ ରାଜ୍ୟରେ ୨୫୫.୮ ମିଲିମିଟର ବର୍ଷା ହେବା କଥା । ତେଣୁ ଏଥର ସ୍ବାଭାବିକ ବର୍ଷାଠାରୁ ୩୧ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ଆସନ୍ତା ୫ ଦିନ ବର୍ଷା ନିଅଣ୍ଟିଆ ବର୍ଷାକୁ ଭରଣା କରିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc