ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏହି ସିରିଜ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ଦାୟିତ୍ୱ ଦିଆଯାଇଛି । ସେହିପରି ସୂର୍ଯ୍ୟକୁମାର ଯାଦବଙ୍କୁ ଉପ ଅଦିନାୟକ ଭାବେ ଚୟନ କରାଯାଇଛି । ଏହି ସିରିଜରେ ଯଶସ୍ୱୀ ଜୟସ୍ୱାଲ, ତିଲକ ବର୍ମାଙ୍କୁ ସୁଯୋଗ ମିଳିଛି । ଅନ୍ୟପଟେ କୁଲଦୀପ ଯାଦବ ଦଳକୁ ଫେରିଛନ୍ତି ।
