ନିରପେକ୍ଷ(ଭୁବନେଶ୍ବର) : ଆରମ୍ଭ ହୋଇଛି ମୋୖସୁମୀ ବର୍ଷା । ଓଡ଼ିଶାରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ବର୍ତ୍ତମାନ ମୌସୁମୀ ନିମ୍ନଚାପରେଖା ବାଲେଶ୍ବର ଦେଇ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି । ଏହାସହ ଏକ ଘୂର୍ଣ୍ଣିବଳୟ ଝାଡଖଣ୍ଡ ଏବଂ ଏହାର ଆଖପାଖରେ ସକ୍ରିୟ ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ବିଶେଷ କରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି ।


ଆଜି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ରାୟଗଡା ଏବଂ ଗଜପତି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ଏବଂ କିଛି ସ୍ଥାନରେ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ୧୩ ତାରିଖ ପର୍ଯ୍ୟନ୍ତ ଏଭଳି ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୩ ପରେ ବର୍ଷାର ପରିମାଣ ପୁଣି ବଢିପାରେ ।
