ନିରପେକ୍ଷ(ଭୁବନେଶ୍ୱର) : ଆସିଛି ଶ୍ରାବଣ ,ମନରେ ଶିବ ଭକ୍ତି,ବୋଲବମ ଯାତ୍ରା ପାଇଁ ଚଳଚଞ୍ଚଳ ଶୈବ ପୀଠ ତେବେ ଆଜି ହେଉଛି ଶ୍ରାବଣ ମାସର ପ୍ରଥମ ସୋମବାର। ଏଥିପାଇଁ ରବିବାର ସନ୍ଧ୍ୟାରୁ ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ କାଉଡ଼ିଆ ଭକ୍ତଙ୍କ ଭିଡ଼ ଜମିବାରେ ଲାଗିଛି। ଏହି ପ୍ରରିପ୍ରେକ୍ଷୀ ରେ ଏକାମ୍ର କ୍ଷେତ୍ର ଚଳଚଞ୍ଚଳ ହୋଇଉଠିଛି । ବିଭିନ୍ନ ନଦୀ ଘାଟରୁ ପାଣି ଉଠାଇ କାଉଡ଼ିଆମାନେ ଏକାମ୍ର କ୍ଷେତ୍ରକୁ ଛୁଟି ଆସିଛନ୍ତି ମହାପ୍ରଭୁ ଲିଙ୍ଗରାଜ ଙ୍କୁ ଜଳାଭିଷେକ କରିବା ପାଇଁ । କଟକ ମହାନଦୀର ଗଡ଼ଗଡ଼ିଆ ଘାଟ ସମେତ ଅନ୍ୟ ନଦୀ ଘାଟରୁ ଜଳଭାର ନେଇ କାଉଡ଼ିଆମାନେ ଏକାମ୍ର କ୍ଷେତ୍ରରେ ପହଞ୍ଚିଛନ୍ତି।

ମନସ୍କାମନା ପୂରଣ ଲାଗି ଜଳାଭିଷେକ କରୁଛନ୍ତି ଶ୍ରଦ୍ଧାଳୁ । ଚଳିତବର୍ଷ ଯୋଡ଼ା ଶ୍ରାବଣ ପଡୁଥିବାବେଳେ ଜୁଲାଇ ମାସରେ ଆଜି ଓ ୧୭ ତାରିଖ ଦିନ ଜଳଲାଗି କରାଯିବ । ସେହିପରି ଅଗଷ୍ଟ ମାସର ଶେଷକୁ ଦୁଇଟି ସୋମବାର ୨୧ ତାରିଖ ଓ ୨୮ ତାରିଖ ଦିନ ମଧ୍ୟ ଜଳଲାଗିର ବ୍ୟବସ୍ଥା ରହିଛି । କାଉଡ଼ିଆଙ୍କର ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା, ଅପ୍ରୀତିକର ପରିସ୍ଥିତିକୁ ରୋକିବା ଲାଗି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।
