ନିରପେକ୍ଷ(ଭୁବନେଶ୍ୱର) : ନିଵେଶ ପାଇଁ ରାଜ୍ୟ ସରକାରଙ୍କ ଆଉ ଦୁଇପାଦ । ବଢିବ ଯୋଜନା ହେବ ଉନ୍ନତି ଓଡ଼ିଶାରେ ରାଜ୍ୟ ସରକାରଙ୍କ ନିବେଶର ସମ୍ଭାର । ୧୧ଟି ଶିଳ୍ପ ପ୍ରକଳ୍ପକୁ ମିଳିଛି ଅନୁମୋଦନ । ୧୧୯ ତମ ରାଜ୍ୟସ୍ତରୀୟ ସିଙ୍ଗଲ ଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟିର ବୈଠକରେ ୩ ହଜାର ୨୬୬ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଏହାଦ୍ବାରା ୯ ହଜାର ୧୪୬ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି । ଧାତବ ଡାଉନଷ୍ଟ୍ରିମ୍ ଏବଂ ଆନୁଷଙ୍ଗିକ କ୍ଷେତ୍ର, ରାସାୟନିକ ପଦାର୍ଥ, ଖାଦ୍ୟ ପ୍ରକ୍ରିୟାକରଣ, କୃଷି ପ୍ରକ୍ରିୟାକରଣ, ପ୍ଲାଷ୍ଟିକ, ବୟନ ପୋଷାକ, ଆଇଟି ଏବଂ ଇଏସଡିଏମ ଏବଂ ଅକ୍ଷୟ ଶକ୍ତି ଭଳି ବିଭିନ୍ନ କ୍ଷେତ୍ରରେ ପ୍ରକଳ୍ପକୁ ଅନୁମୋଦନ ମିଳିଛି ।
