ନିରପେକ୍ଷ(ଭୁବନେଶ୍ୱର) :ଆସୁଛି ବର୍ଷା ଆଗକୁ ପୁଣି ଆଉ ଏକ ଲଘୁଚାପ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି ଏବଂ ପରିମାଣ । ଆସନ୍ତାକାଲିଠୁ ୨୨ ତାରିଖ ପର୍ଯ୍ୟନ୍ତ ଉପାନ୍ତରୁ ଉପକୂଳ ସବୁଠି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ଥିତି ସଂଗୀନ ହୋଇପାରେ ।
