Home culture ଖୋଲିଲା ପଶ୍ଚିମଦ୍ୱାର, ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ପୁରୀବାସୀ

ଖୋଲିଲା ପଶ୍ଚିମଦ୍ୱାର, ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ପୁରୀବାସୀ

by Admin
0 comment

ଶେଷରେ ପୁରୀବାସୀଙ୍କ ଗୁହାରୀ ଶୁଣିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ଖୋଲିଛି ଶ୍ରୀମନ୍ଦିରର ପଶ୍ଚିମଦ୍ୱାର । ପୂର୍ବ ନିଷ୍ପତ୍ତି କ୍ରମେ ଆଜି ସକାଳ ୭ଟଶରୁ ପୁରୀବାସୀଙ୍କ ପାଇଁ ପଶ୍ଚିମଦ୍ୱାର ଖୋଲାଯାଇଛି । ନିଜ ନିଜର ପରିଚୟପତ୍ର ଦେଖାଇ ମନ୍ଦିର ଭିତରକୁ ପ୍ରବେଶ କରୁଛନ୍ତି ପୁରୀବାସୀ । ଆବଶ୍ୟକ ହେଲେ ପରବର୍ତ୍ତି ସମୟରେ ଅନ୍ୟ ଦୁଇ ଦ୍ୱାର ଖୋଲିବାକୁ ନିଷ୍ପତ୍ତି ନେବ ଶ୍ରୀମନ୍ଦିର ପ୍ରଶାସନ । ଗତକାଲି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିବା ବେଳେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଥିଲା । ଶ୍ରୀମନ୍ଦିର ଛତିଶା ନିଯୋଗର ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ ଗଠିତ ସ୍ୱତନ୍ତ୍ର ସବ୍‌-କମିଟିର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ପୁରୀ ବାସିନ୍ଦାଙ୍କ ପାଇଁ ପଶ୍ଚିମଦ୍ୱାର ଦେଇ ପ୍ରବେଶ କରିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିବାକୁ ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନକୁ ଅବଗତ କରାଯାଇଛି । ସେହିପରି ପରବର୍ତ୍ତି ସମୟରେ ଉତ୍ତର ଓ ଦକ୍ଷିଣଦ୍ୱାର ଦେଇ ଭକ୍ତଙ୍କ ପ୍ରବେଶ ନେଇ ପରବର୍ତ୍ତି ସମୟରେ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି । ଗତକାଲି ବସିଥିôବା ବୈଠକରେ ପୁରୀ ଜିଲ୍ଲାପାଳ, ଏସପି, ଉପ ଜିଲ୍ଲାପାଳଙ୍କ ସମେତ ପରିଚାଳନା କମିଟିର ୫ଜଣ ସେବାୟତ ସଦସ୍ୟ ଓ ଛତିଶା ନିଯୋଗର ଅନ୍ୟ ୩ଜଣ ବରିଷ୍ଠ ସେବାୟତ ସଦସ୍ୟ ଉପସ୍ଥିତ ଥିଲେ ।

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc