ନିରପେକ୍ଷ ବ୍ୟୁରୋ(ଭୁବନେଶ୍ୱର) : ସକ୍ରିୟ ଲଘୁଚାପ । ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ । ପ୍ରଭାବରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି । ଆଜି ବର୍ଷା ନେଇ ୬ ଜିଲ୍ଲାକୁ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ସତର୍କତା ଜାରି ହୋଇଛି । ମୌସୁମୀ ନିମ୍ନ ଚାପରେଖା ଦକ୍ଷିଣ ଭାଗରୁ ଧିରେ ଧିରେ ସାଧାରଣ ଅବସ୍ଥାନକୁ ଫେରୁଛି । ପ୍ରଭାବରେ କାଲିଠୁ ରାଜ୍ୟରେ ବର୍ଷାର ବିସ୍ତୃତି ପୁଣି ବଢିବ ।
