Home Breaking News ପୁଣି ୧୪ ରୁ ୧୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ଛେଚିବ

ପୁଣି ୧୪ ରୁ ୧୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ଛେଚିବ

by Admin
0 comment

ନିରପେକ୍ଷ(ଭୁବନେଶ୍ୱର)୮/௦୮ :ମାତ୍ର କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା । ତେବେ ଆସନ୍ତା ୧୪ ରୁ ୧୭ ତାରିଖ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ବର୍ଷା ରେ ପ୍ରଭାବିତ ହେବ ଉତ୍ତର ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲା । ୧୩ ତାରିଖରେ ଗାଙ୍ଗେୟ ଉପତ୍ୟାକା ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେଇପାରେ ବୋଲି ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ତେବେ ଲଘୁଚାପରେ ପରିଣତ ନହେଲେ ବି ଉତ୍ତର ଓଡ଼ିଶାର ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ ଶରତ ସାହୁ । କିଛି ସ୍ଥାନରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଘଡଘଡି ବିଜୁଳି ସହ ବର୍ଷା ଜାରି ରହିଛି ।

ଆଜି ଘଡଘଡି ବିଜୁଳି ସହ ବର୍ଷା ନେଇ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଗଜପତି, ମାଲକାନଗିରି ଏବଂ କୋରାପୁଟକୁ ଘଡଘଡି ବିଜୁଳି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ରାଜ୍ୟରେ ଆସନ୍ତା ୪ ରୁ ୫ ଦିନ ପର୍ଯ୍ୟନ୍ତ ମୌସୁମୀ ନିମ୍ନଚାପରେଖା ଦୁର୍ବଳ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc