ନିରପେକ୍ଷ(ମୁମ୍ବାଇ) ௦୯/௦୮ : ମାଲାୟାଲମ ଚଳଚ୍ଚିତ୍ରର ଜଣାଶୁଣା ଲୋକପ୍ରିୟ ନିର୍ଦ୍ଦେଶକ ସିଦ୍ଦିକ ଇସମାଇଲଙ୍କ ପରଲୋକ ହୋଇଯାଇଛି । ତାଙ୍କୁ ମୃତ୍ୟୁ ବେଳକୁ ୬୩ ବର୍ଷ ବୟସ ହୋଇଥିଲା। ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତର କହିଛନ୍ତି। ସେ ସଲମାନ ଖାନଙ୍କ ଫିଲ୍ମ ‘ବଡିଗାର୍ଡ’ର ନିର୍ଦ୍ଦେଶନା ଦେଇଥିଲେ। ସିଦ୍ଦିକ ଇସମାଇଲ ମାଲାୟାଲମ ଜଗତର ଜଣେ ଜଣାଶୁଣା ନିର୍ଦ୍ଦେଶକ ଥିଲେ।
