Home ASTROLOGY ସାମାନ୍ୟ ସତର୍କତା ଅବଲମ୍ବନ କରନ୍ତୁ ଏହି ରାଶିର ବ୍ୟକ୍ତି ବିଶେଷ ମାନେ

ସାମାନ୍ୟ ସତର୍କତା ଅବଲମ୍ବନ କରନ୍ତୁ ଏହି ରାଶିର ବ୍ୟକ୍ତି ବିଶେଷ ମାନେ

by Admin
0 comment

【ଆଜି ର ରାଶି ଫଳ】
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🐏ମେଷ👉ଆଜି ଦିନଟି ମଧ୍ୟମ ଧରଣର ରହିବ । ପରିବାରର ସଦସ୍ୟଙ୍କ ସଙ୍ଗେ ଯୁକ୍ତିତର୍କ ଓ ଝଗଡା ନିଶ୍ଚିତ ହେବ । ଏପରି ଛୋଟ କଥାରେ କଳି ଦ୍ୱାରା ଆପଣଙ୍କ ମାନସିକ ଅସ୍ଥିରତା ବୃଦ୍ଧି ପାଇବ । ବାହ୍ୟ ଆଡମ୍ଵର ଦେଖାଇ ଅଯଥା ଖର୍ଚ୍ଚ କରନ୍ତୁ ନାହିଁ ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🐮ବୃଷ👉ଆଜି ଦିନଟିର ପ୍ରଥମ ଭାଗରେ ଶୁଭଫଳ ପ୍ରଦାନ କରିବ । ଆପଣଙ୍କ ବୁଦ୍ଧିମତା ଆପଣଙ୍କୁ ନିଜ କର୍ମରେ ଅଜେୟ ପ୍ରତିଦ୍ୱନ୍ଦୀ ଭାବରେ ପ୍ରତିଷ୍ଠିତ କରାଇବ । ଏପରିକି ସାମାଜିକ ଜୀବନରେ ଉଚ୍ଚ ପ୍ରତିଷ୍ଠାର ଅଧିକାରୀ ହୋଇପାରିବେ । ମଧ୍ୟାହ୍ନ ପରେ ପରିସ୍ଥିତି ଭିନ୍ନ ହୋଇପାରେ ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
👩‍❤️‍👨ମିଥୁନ👉ଆପଣ ନିଜ ମନକୁ ଶାନ୍ତ ରଖନ୍ତୁ । ଆପଣ ନିଜର ଖର୍ଚ୍ଚର ସମୀକ୍ଷା କରନ୍ତୁ । ଛାତ୍ରଛାତ୍ରୀଙ୍କ ନିମନ୍ତେ ଆଜି ଦିନଟି ଶୁଭଦାୟକ। ସନ୍ଧ୍ୟାରେ କିଛି ଭଲ ଖବର ପାଇବେ ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🦀କର୍କଟ👉ବାହାରକୁ ଯିବା କିମ୍ୱା ପିକ୍‌ନିକ୍‌ରେ ଯିବା ଆପଣଙ୍କ ପାଇଁ ଦିନ ଭଲ ଆଡକୁ ନେଇପାରେ । ଦିନର ଦ୍ୱିତୀୟ ଭାଗରେ ପରିସ୍ଥିତିରେ ପରିବର୍ତ୍ତନ ଆଣିବ । ଆପଣ ଅତି ଭାବପ୍ରବଣ ହୋଇ ପଡିବେ କିନ୍ତୁ ସେଥିରେ ବହୁ ଭାବରେ ପ୍ରଭାବିତ ହେବେ ନାହିଁ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🦁ସିଂହ👉କୌଣସି ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି ଆଜି ନିଅନ୍ତୁ ନାହିଁ । କିଛି କହିବା ପୁର୍ବରୁ ଦୁଇଥର ଭାବନ୍ତୁ । କାହା ସହିତ ବିଶେଷ ଭାବରେ ସଂପର୍କୀୟ ଏବଂ ପଡୋଶୀଙ୍କ ସହିତ ଯୁକ୍ତିତର୍କ କରନ୍ତୁ ନାହିଁ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ସାବଧାନ ରୁହନ୍ତୁ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🙎‍♀️କନ୍ୟା👉ଏହି ଦିନ ଆପଣଙ୍କ ପାଇଁ ମଧ୍ୟମ ଭାବରେ ଆରାମଦାୟକ ହେବ । ଆପଣ ମାନସିକ ଏବଂ ଶାରିରୀକ ଭାବରେ ଶାନ୍ତ ରହିବେ । ବ୍ୟକ୍ତିଗତ ଏବଂ ପେଶାଗତ ଦୃଷ୍ଟିକୋଣରୁ ଅନୁକୂଳ ରହିବ । ତେବେ ଆପଣ କେତେକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
⚖️ତୁଳା👉ଆପଣଙ୍କ ପାଇଁ ଏକ ଉଜ୍ଜ୍ୱଳ ଏବଂ ସୁନ୍ଦର ଦିନ ଅପେକ୍ଷାରେ ରହିଛି । ଆପଣଙ୍କ ଘରକୁ ଅଧିକ ସୁନ୍ଦର, ଆକର୍ଷଣୀୟ କରିବା ପାଇଁ ଆପଣ ସକ୍ରିୟ ଭାବରେ ସଂପୃକ୍ତ ଅଛନ୍ତି । କାର୍ଯ୍ୟରେ ବରିଷ୍ଠ ଅଫିସର ଆପଣଙ୍କୁ ଆର୍ଥିକ ଲାଭ ଦେଇପାରନ୍ତି ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🦂ବିଛା👉ଏହି ରାଶି ଆଜି ପାଇଁ ଭାଗ୍ୟଶାଳୀ ରହିବ । ଧର୍ମ ଯାତ୍ରା ଏବଂ ଆର୍ଥିକ ଲାଭ ଆପଣଙ୍କୁ ଦିନସାରା ପ୍ରାପ୍ତ ହେବ । ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଶାନ୍ତ ମନ ଆପଣଙ୍କ ପାଇଁ ଆଶ୍ଚର୍ଯ୍ୟଜନକ ଉପକାର ଆଣିବ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🏹ଧନୁ👉ଆଜିର ସକାଳ ସବୁଦିନ ଭଳି ଆପଣଙ୍କ ପାଇଁ ଆନନ୍ଦମୟ ହେବ ନାହିଁ । ଆପଣଙ୍କର ଅସୁସ୍ଥତା ଏବଂ ସମ୍ବେଦନଶୀଳ ମନ ଆପଣଙ୍କୁ ହତାତର ଅନୁଭବ ଦେବ । ଗୀତ ଶୁଣି ମନ ଆନନ୍ଦ କରନ୍ତୁ । ସେହି ଖରାପ ଏବଂ ହତାସ ଭାବନା ଦୁରେଇ ଦେବା ପାଇଁ ଏହା ହେଉଛି ଏକ ଭଲ ପ୍ରତିକାର।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🐊ମକର👉 ଦିନଟି ଶୁଭଙ୍କର। ଆଜି ଦିନ ଆପଣ ପରିବାର, ପ୍ରିୟଜନ କିମ୍ୱା ବନ୍ଧୁଙ୍କ ସହିତ ବାହାରକୁ ଯିବା ସହିତ ଆରମ୍ଭ କରିପାରନ୍ତି । ଖର୍ଚ୍ଚ ପ୍ରତି ଧ୍ୟାନ ଦିଅନ୍ତୁ । ଆର୍ଥିକ ସମସ୍ୟା ରହିପାରେ ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🏺କୁମ୍ଭ👉ଆଜି ର ଦିନ ଆପଣଙ୍କ ପାଇଁ ସ୍ୱାସ୍ଥ୍ୟ, ସମ୍ପଦ ଏବଂ ଖୁସୀ ଆଣିଦେବ । ଆପଣ ଆଜି ଅନ୍ତ୍ୟନ୍ତ ସୁନ୍ଦର ଦେଖାଯିବା ପାଇଁ ଚେଷ୍ଟା କରିପାରନ୍ତି ଏବଂ ଆପଣଙ୍କ ଇଚ୍ଛାରେ ପୋଷାକ ଏବଂ ଅନ୍ୟ ଆନୁସଙ୍ଗିକ ଜିନିଷ କ୍ରୟ କରିବାରେ ଖର୍ଚ୍ଚ କରିପାରନ୍ତି ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🐟ମୀନ👉 ମୀନ ରାଶି ପାଇଁ ଏହି ଦିନ ମଧ୍ୟମ ଧରଣର ରହିବ । ବହୁ ସାଂସ୍କୃତିକ ଆକର୍ଷଣରୁ ଦୁରରେ ରହିବା ପାଇଁ ଆପଣଙ୍କୁ ପରାମର୍ଶ ଦିଆହେଇଛି, ଯାହାକି ଆପଣଙ୍କ ମନକୁ ଟାଣିପାରେ । ବୌଦ୍ଧିକ ଆଲୋଚନାରୁ ଦୂରରେ ରହନ୍ତୁ ଯେହେତୁ ଏହା ଯୁକ୍ତିତର୍କରେ ପରିଣତ ହୋଇପାରେ ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc