ନିରପେକ୍ଷ(ନୂଆଦିଲ୍ଲୀ)୨୬/୮/୨୩ : ପୁଣି ଶୀର୍ଷ ରେ ନବୀନ ପଟ୍ଟନାୟକ। ପୁଣି ଜାତୀୟ ସ୍ତରରେ ଝଟକିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଇଣ୍ଡିଆ ଟୁଡେ ମୁଡ୍ ଅଫ ଦି ନେସନ ସର୍ଭେରେ ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ସ୍ଥାନ ଅଳଙ୍କୃତ କରିଛନ୍ତି ନବୀନ । ସର୍ଭେରେ ନବୀନ ପଟ୍ଟନାୟକଙ୍କୁ ୬୧ ଦଶମିକ ୩ ପ୍ରତିଶତ ସମର୍ଥନ ମିଳିଛି । ନିରବଚ୍ଛିନ୍ନ ଭାବେ ୨୦୦୦ ମସିହାରୁ ଏଯାଏ ମୁଖ୍ୟମନ୍ତ୍ରୀ ଥିବା ନବୀନ ପଟ୍ଟନାୟକ ସୁଶାସନ, ବିକାଶ, ଜନହିତକର କାର୍ଯ୍ୟ କ୍ଷେତ୍ରରେ ଜାତୀୟ ସ୍ତରରେ ବାରମ୍ବାର ଏକ ନମ୍ବର ହୋଇଆସୁଛନ୍ତି ।ତେବେ ମୋ ସରକାର, ଫାଇଭ-ଟି ରୂପାନ୍ତରଣ ଜରିଆରେ ଓଡିଶାରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଛନ୍ତି ନବୀନ । ସ୍ବାସ୍ଥ୍ୟସେବା, ଶିକ୍ଷା, ସ୍ବଚ୍ଛତା, କ୍ରୀଡ଼ା ଆଦି ସମସ୍ତ କ୍ଷେତ୍ରରେ ପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ରାଜ୍ୟବାସୀଙ୍କ ହୃଦୟରେ ଯୋଡ଼ିହୋଇ ରହିଛନ୍ତି ନବୀନ ।
