ନିରପେକ୍ଷ(ଭୁବନେଶ୍ୱର) : ଦୁର୍ବଳ ମୌସୁମୀ । ପ୍ରବଳଖରା ଵିଲ ଫାଟି ଆଁ। ଗତ କିଛି ଦିନ ହେବ ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତାକାଲିଠୁ ରାଜ୍ୟରେ ବଦଳିପାରେ ପାଗ । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ପ୍ରଭାବରେ ୨ ତାରିଖରୁ ରାଜ୍ୟରେ ବର୍ଷା ହେବ। ୪ରୁ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କଟକ, ବାଲେଶ୍ବର, ନବରଙ୍ଗପୁର, କଳାହାଣ୍ଡି ଏବଂ ବଲାଙ୍ଗୀରରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ଏସବୁ ଜିଲ୍ଲାରେ ୭୦ରୁ ୧୧୦ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ହୋଇପାରେ ।
