ମରୁଡ଼ିକୁ ନେଇ ନାନା ଆଶଙ୍କା ଲାଗିରହିଥିବା ବେଳେ ବର୍ଷା ଆଣିପାରେ ଆଶ୍ୱସ୍ତି । ରାଜ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ୪ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପବନର ଦିଗ ପରିବର୍ତ୍ତନ ହେବା ସହ ପାଗରେ ପରିବର୍ତ୍ତନ ଆସିବ। ୩ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ଏହାସହ ପ୍ରବଳ ବର୍ଷ କୁ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ଆଜି ରାଜ୍ୟର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ ଭାବେ ଉପକୂଳ ଓଡିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ବର୍ଷା ହେବା ସହିତ ଆସନ୍ତାକାଲି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି।