Home Breaking News ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା; ୧୦ ଆହତ

ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା; ୧୦ ଆହତ

by Admin
0 comment

କଟକ (ନିରପେକ୍ଷ): କଟକ ଚାନ୍ଦବାଲି ରାସ୍ତା କଟରପଡା ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଚାନ୍ଦବାଲିରୁ ରାଜକନିକା ଦେଇ କଟକ ଆସୁଥିବା ମନୋରମା ନାମକ ଯାତ୍ରୀବାହୀ ବସ୍‌ ସହ ଏକ ମାଲବାହୀ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଘନ କୁହୁଡି କାରଣରୁ ହୋଇଥିବା ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୪୦ରୁ ଅଧିକ ଆହତ ହୋଇଥିବା ଜଣାପଡିଛି।

ମନୋରମା ବସ୍‌ ସକାଳ ୫ଟାରୁ ରାଜକନିକା ଛାଡି କଟକ ଅଭିମୁଖେ ଆସୁଥିଲା। ବାଟରେ ନିଶ୍ଚିନ୍ତକୋଇଲି କଟରପଡା ଠାରେ ମାଲବାହୀ ଟ୍ରକ ସହ ମୁହାଁମୁହିଁ ହୋଇଥିଲା। ସ୍ଥାନୀୟ ଲୋକ, ପୁଲିସ ଓ ଅଗ୍ନିଶମ ବିଭାଗ ବସ୍‌ରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି। ଖବରପାଇ ସ୍ଥାନୀୟ ପୋଲିସ ଏବଂ ଅଗ୍ନିଶମ କର୍ମଚାରୀଙ୍କ ସହ ସ୍ଥାନୀୟ ଲୋକେ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିଲେ । ଉଦ୍ଧାର ଯାତ୍ରୀଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗ୍ୟାସ କଟରରେ ବସ୍‌ରେ ଫସି ରହିଥିବା କିଛି ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି । ଚାପି ହୋଇ ରହିଥିବା ଅବସ୍ଥାରେ ଟ୍ରକ ଚାଳକଙ୍କୁ ଉଦ୍ଧାର କରାଯାଇଛି । ଆଜି ସକାଳୁ ୪୦ରୁ ଅଧିକ ଯାତ୍ରୀଙ୍କୁ ଧରି ବ୍‌ସଟି କେନ୍ଦ୍ରାପଡ଼ାରୁ କଟକ ଅଭିମୁଖେ ଆସୁଥିବା ବେଳେ କଟରପଡ଼ା ଛକ ନିକଟରେ ଦୁର୍ଘଟଣା ହୋଇଥିଲା । ଘନ କୁହୁଡ଼ି ଯୋଗୁ ଏହି ଦୁର୍ଘଟଣା ହୋଇଥିବା କୁହାଯାଉଛି ।

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc