Home news ୮୪ ବର୍ଷ ବୟସରେ ମୁମ୍ବାଇରେ ସାଧୁ ମେହେରଙ୍କ ପରଲୋକ,ମୁଖ୍ୟମନ୍ତ୍ରୀ ଙ୍କ ଶୋକ

୮୪ ବର୍ଷ ବୟସରେ ମୁମ୍ବାଇରେ ସାଧୁ ମେହେରଙ୍କ ପରଲୋକ,ମୁଖ୍ୟମନ୍ତ୍ରୀ ଙ୍କ ଶୋକ

ସାଧୁ ମେହେରଙ୍କ ପରଲୋକରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

by Admin
0 comment

ନିରପେକ୍ଷ(ଭୁବନେଶ୍ବର)୦୨/୦୨ : ବିଶିଷ୍ଠ ଅଭିନେତା ତଥା ଫିଲ୍ମ ନିର୍ଦ୍ଦେଶକ ସାଧୁ ମେହେରଙ୍କ ପରଲୋକରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି, ପଦ୍ମଶ୍ରୀ ସାଧୁ ମେହେର ତାଙ୍କର ବଳିଷ୍ଠ ଅଭିନୟ ଓ ନିର୍ଦ୍ଦେଶନା ପାଇଁ ଓଡିଶା ସମେତ ଜାତୀୟ ସ୍ତରରେ ଥିଲେ ଜଣେ ପ୍ରଶଂସନୀୟ ବ୍ୟକ୍ତିତ୍ୱ । ଉଭୟ ହିନ୍ଦି ଓ ଓଡିଆ ଚଳଚ୍ଚିତ୍ରରେ ସେ ତାଙ୍କର ନିଖୁଣ ଅଭିନୟର ଛାପ ଛାଡି ଯାଇଛନ୍ତି । ସେ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ ହୋଇଥିବା ପ୍ରଥମ ଓଡିଆ ଅଭିନେତା । କଳା କ୍ଷେତ୍ରରେ ପାରଦର୍ଶିତା ପାଇଁ ଅନେକ ସମ୍ମାନ ଓ ପୁରସ୍କାର ସ୍କାରରେ ସେ ସମ୍ମାନିତ ହୋଇଛନ୍ତି । ତାଙ୍କ ବିୟୋଗ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ।

ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

୮୪ ବର୍ଷ ବୟସରେ ମୁମ୍ବାଇରେ ସାଧୁ ମେହେରଙ୍କ ପରଲୋକ ଘଟିଛି । ସିନେମା ଜଗତକୁ ତାଙ୍କର ଅବଦାନ ପାଇଁ ୨୦୧୭ରେ ଭାରତ ସରକାରଙ୍କ ପକ୍ଷରୁ ତାଙ୍କୁ ପ୍ରଦାନ କରାଯାଇଥିଲା ପଦ୍ମଶ୍ରୀ ସମ୍ମାନ ।

୩୮ଟି ଓଡ଼ିଆ ଫିଲ୍ମରେ ସେ ତାଙ୍କ ଅଭିନୟର ଯାଦୁ ଦେଖାଇ ଦର୍ଶକଙ୍କ ମନ ଜିଣିଛନ୍ତି । ସେହିପରି ୫ଟି ଫିଲ୍ମରେ ନିର୍ଦ୍ଦେଶନା ଦେଇଛନ୍ତି । ଉଭୟ ହିନ୍ଦି ଓ ଓଡ଼ିଆ ଫିଲ୍ମରେ ଖ୍ୟାତି ଅର୍ଜନ କରିଛନ୍ତି ସାଧୁ ମେହେର । ଅଙ୍କୁର, ମୃଗୟା, ଭୁବନ, ସୋମ୍ ଓ ମନ୍ଥନ ଭଳି ଚଳଚ୍ଚିତ୍ରରେ ଛାଡି ଯାଇଛନ୍ତି ନିଖୁଣ ଅଭିନୟର ଛାପ ।

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc