ଭୁବନେଶ୍ୱର(ନିରପେକ୍ଷ) : ଘୋଷଣା ହେଲା ନୂଆ ଏନଏସି ଓ ମ୍ଯୁନିସିପାଲିଟି । ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଘୋଷଣା ହୋଇଛି । ସେହିପରି ଚାରିଟି ଜିଲାର ପାଞ୍ଚଟି ଏନଏସି ମ୍ଯୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟରେ ଘୋଷଣା କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାଯକ । ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼, ମୟୂରଭଞ୍ଜର କରଞ୍ଜିଆ, ବଲାଙ୍ଗୀରର କଣ୍ଟାବାଞ୍ଝି ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନଏସିକୁ ମ୍ୟୁନିସିପାଲିଟିକୁ ଉନ୍ନୀତ କରାଯାଇଛି । 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ଅବସରରେ ଲୋକଙ୍କ ପ୍ରସ୍ତାବ ଏବଂ ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।
