Home news ଚଣ୍ଡିଖୋଲ ଅଭିମୁଖେ ଯାତ୍ରା କଲେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ

ଚଣ୍ଡିଖୋଲ ଅଭିମୁଖେ ଯାତ୍ରା କଲେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ

by Admin
0 comment

ନିରପେକ୍ଷ(ଭୁବନେଶ୍ବର) : ଓଡ଼ିଶାରେ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ଅପରାହ୍ନ ୨ଟା ୪୦ରେ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିଛନ୍ତି। ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯାତ୍ରା କରିଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରାହ୍ନ ୩ଟା ୧୫ରେ ଲୋକାର୍ପଣ ଓ ଶିଳାନ୍ୟାସର ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ।୧୯, ୬୦୦ କୋଟି ଟଙ୍କାରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ।

ଏଥିମଧ୍ୟରେ ରହିଛି ତୈଳ ଓ ଗ୍ୟାସ, ରେଳବାଇ, ସଡ଼କ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତିର ପ୍ରକଳ୍ପ। ଏହାପରେ ୩ଟା ୩୦ରେ ପାଖ ପଡ଼ିଆରେ ଆୟୋଜିତ ‘ମୋଦୀ ଗ୍ୟାରେଣ୍ଟି’ ସଭାରେ ‘ବିକଶିତ ଓଡ଼ିଶା-ବିକଶିତ ଭାରତ’ ଯୋଦ୍ଧାମାନଙ୍କୁ ସମ୍ବୋଧିତ କରିବେ।

ଏଥିରେ ବିଜେପିର ସମସ୍ତ ସାଂସଦ, ବିଧାୟକ ଓ ପଦାଧିକାରୀମାନେ ଯୋଗଦେଇଛନ୍ତି। ଅପରପକ୍ଷେ ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତକୁ ନଜରରେ ରଖି ଭୁବନେଶ୍ବରୁ ଚଣ୍ଡିଖୋଲ ‌ପର୍ଯ୍ୟନ୍ତ ସବୁଠି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ସୁରକ୍ଷା ଦାୟିତ୍ୱରେ ୬ଜଣ ଅତିରିକ୍ତ ଡିସିପି, ୧୦ଜଣ ଏସିପି, ୧୯ଜଣ ଇନ୍ସପେକ୍ଟର, ୬୯ ଅଫିସର ଏବଂ ୧୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ରହିବେ। ଏହାବ୍ୟତୀତ ଗୋଟିଏ ୟୁନିଟ୍ ଏସଟିଓ ଓ ଓଡ୍ରାଫ୍ ଟିମ୍ ମଧ୍ୟ ନିୟୋଜିତ ହୋଇଛନ୍ତି

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc