ନିରପେକ୍ଷ(ନୂଆଦିଲ୍ଲୀ): ସବୁ ପ୍ରତୀକ୍ଷା ର ଅନ୍ତ ଘଟିଛି ,୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତର ନିର୍ବାଚନ କମିସନ ।ତେବେ ଆଜି ଶନିବାର ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ସାରା ଦେଶରେ ମୋଟ ୭ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ । ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ ଓ ଜୁନ ୧ରେ ୭ମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ । ଜୁନ ୪ରେ ଭୋଟ ଗଣତି ହେବ ।
