ନିରପେକ୍ଷ(ଭୁବନେଶ୍ୱର) : ଓଡ଼ିଆ ଙ୍କ ପ୍ରିୟ ପଖାଳ କଂସା ,ପଖାଳ କଂସା କହେ ଓଡ଼ିଆଙ୍କ ଖାଦ୍ୟ କେତେ ବଢିଆ ଆଉ ପଖାଳ ସାଙ୍ଗ କୁ ନାନାଦି ସୁସ୍ୱାଦୁ ବ୍ୟଞ୍ଜନ ଦେଖିଲେ ଦେଖିଲେ ପାଟିରୁ ଲାଳ ବୋହି ଯାଏ .ଏହି ପ୍ରରିପେକ୍ଷୀ ରେ ଆଜି ବିଶ୍ବ ପଖାଳ ଦିବସ। ପ୍ରତି ଓଡ଼ିଆଙ୍କର ପସନ୍ଦର ଖାଦ୍ୟ ହେଉଛି ପଖାଳ।

ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା। ପଖାଳ ହେଉଛି ଓଡ଼ିଆଙ୍କର ପ୍ରିୟ ଖାଦ୍ୟ। ଆମ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରିୟ ପଖାଳ। ଶ୍ରୀମନ୍ଦିରର ଟଙ୍କ ତୋରାଣି ଏହାର ପ୍ରମାଣ। ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଏହି ଟଙ୍କ ତୋରାଣି ରୂପରେ ଭୋଗ ଲାଗି ହୋଇଥାଏ। ଖରା ଦିନେ ପଖାଳ କଂସାରେ ହିଁ ଓଡ଼ିଆଙ୍କୁ ଶାନ୍ତି ମିଳିଥାଏ। ଓଡ଼ିଆଙ୍କ ଏହି ପ୍ରିୟ ଖାଦ୍ୟକୁ ବିଶ୍ୱର କୋଣ ଅନୁକୋଣରେ ଲୋକପ୍ରିୟ କରାଇବାକୁ ପ୍ରତି ବର୍ଷ ମାର୍ଚ୍ଚ ୨୦ ତାରିଖ ପଖାଳ ଦିବସ ପାଳନ କରାଯାଇଥାଏ।

ସାଧାରଣତଃ ଗୀଷ୍ମଋତୁ ବା ଖରାଦିନେ ହିଁ ଓଡ଼ିଶାର ପ୍ରତ୍ୟେକ ଘରେ ପଖାଳର ଆସର ଦେଖିବାକୁ ମିଳିଥାଏ । ପାଖରେ କିଛି ଥାଉ କି ନଥାଉ କଂସେ ପଖାଳ ଓ ପାଖରେ ଲଙ୍କା ଓ ବଡ଼ିଚୁରା ଥିଲେ ପଖାଳ ଖାଇବା ଜମିଥାଏ। ବିଶ୍ବର କୋଣ ଅନୁକୋଣରେ ବାସ କରୁଥିବା ପ୍ରତ୍ୟେକ ଓଡିଆ ଏହି ଦିନଟିକୁ ଚାହିଁ ବସିଥାନ୍ତି।
